ହୋଶେୟ 9

ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।

Hosea 9:15 (UKJV) All their wickedness is in Gilgal: for there I hated them: for the wickedness of their doings I will drive them out of mine house, I will love them no more: all their princes are apostates.

13ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।

14ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।

15ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।

16ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।

17ମୋର ପରମେଶ୍ୱର ସେମାନଙ୍କୁ ଦୂର କରିଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.