ହୋଶେୟ 9

ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।

Hosea 9:3 (UKJV) They shall not dwell in the LORD's land; but Ephraim shall return to Egypt, and they shall eat unclean things in Assyria.

1ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।

2ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ।

3ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।

4ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।

5ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.