ହୋଶେୟ 9

ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?

Hosea 9:5 (UKJV) What will all of you do in the solemn day, and in the day of the feast of the LORD?

3ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।

4ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।

5ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?

6କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।

7ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.