ହୋଶେୟ 9

ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।

Hosea 9:7 (UKJV) The days of visitation are come, the days of recompence are come; Israel shall know it: the prophet is a fool, the spiritual man is mad, for the multitude of yours iniquity, and the great hatred.

5ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?

6କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।

7ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।

8ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।

9ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.