6କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।
7ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
8ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।
9ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।
10ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।