ଯିଶାଇୟ 1

ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।

Isaiah 1:11 (UKJV) To what purpose is the multitude of your sacrifices unto me? says the LORD: I am full of the burnt offerings of rams, and the fat of fed beasts; and I delight not in the blood of bullocks, or of lambs, or of he goats.

9ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।

10ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।

11ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।

12ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?

13ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.