ଯିଶାଇୟ 1

ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହି ସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହି ସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।

Isaiah 1:14 (UKJV) Your new moons and your appointed feasts my soul hates: they are a trouble unto me; I am weary to bear them.

12ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?

13ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।

14ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହି ସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହି ସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।

15ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।

16ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.