16ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
17ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
18ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
19ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
20ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”