18ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
19ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
20ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”
21ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟ-ବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
22ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।