ଯିଶାଇୟ 1

ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।

Isaiah 1:22 (UKJV) Your silver is become dross, your wine mixed with water:

20ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”

21ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟ-ବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।

22ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।

23ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।

24ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, “ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.