ଯିଶାଇୟ 1

ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।

Isaiah 1:28 (UKJV) And the destruction of the transgressors and of the sinners shall be together, and they that forsake the LORD shall be consumed.

26ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।”

27ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।

28ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।

29କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।

30ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.