2ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।
3ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”
4ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
5ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
6ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହି ସବୁ ଟିପା କିମ୍ବା ବନ୍ଧାଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।