ଯିଶାଇୟ 10

ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।

Isaiah 10:12 (UKJV) Wherefore it shall come to pass, that when the Lord has performed his whole work upon mount Zion and on Jerusalem, I will punish the fruit of the stout heart of the king of Assyria, and the glory of his high looks.

10ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେହି ସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି;

11ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କʼଣ ସେହିପରି କରିବା ନାହିଁ?”

12ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।

13କାରଣ ସେ କହିଅଛି, “ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;

14ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ବ ସଂଗ୍ରହ କରେ, ସେହିପରି ମୁଁ ସମୁଦାୟ ପୃଥିବୀକୁ ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଥଣ୍ଟ ଫିଟାଇବାକୁ ଅବା ଚିଁ ଚିଁ ଶବ୍ଦ କରିବାକୁ କେହି ନ ଥିଲା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.