14ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ବ ସଂଗ୍ରହ କରେ, ସେହିପରି ମୁଁ ସମୁଦାୟ ପୃଥିବୀକୁ ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଥଣ୍ଟ ଫିଟାଇବାକୁ ଅବା ଚିଁ ଚିଁ ଶବ୍ଦ କରିବାକୁ କେହି ନ ଥିଲା।”
15କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?
16ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।
17ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।
18ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ।