ଯିଶାଇୟ 10

ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।

Isaiah 10:29 (UKJV) They are gone over the passage: they have taken up their lodging at Geba; Ramah is afraid; Gibeah of Saul is fled.

27ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।”

28ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟଦେଇ ଯାଇଅଛି; ସେ ମିକ୍‍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;

29ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।

30ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍‍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍‍,

31ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.