ଯିଶାଇୟ 10

ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।

Isaiah 10:4 (UKJV) Without me they shall bow down under the prisoners, and they shall fall under the slain. For all this his anger is not turned away, but his hand is stretched out still.

2ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।

3ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?

4ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।

5ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।

6ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.