5ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
6ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
7ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।
8କାରଣ ସେ କହେ, “ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହନ୍ତି?
9କଲ୍ନୋ ସହର କି କର୍କମୀଶ୍ ସହର ତୁଲ୍ୟ ନୁହେଁ? ହମାତ୍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ?