ଯିଶାଇୟ 10

କାରଣ ସେ କହେ, “ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହନ୍ତି?

Isaiah 10:8 (UKJV) For he says, Are not my princes altogether kings?

6ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।

7ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।

8କାରଣ ସେ କହେ, “ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହନ୍ତି?

9କଲ୍‍ନୋ ସହର କି କର୍କମୀଶ୍‍ ସହର ତୁଲ୍ୟ ନୁହେଁ? ହମାତ୍‍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ?

10ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେହି ସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.