ଯିଶାଇୟ 11

ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।

Isaiah 11:13 (UKJV) The envy also of Ephraim shall depart, and the adversaries of Judah shall be cut off: Ephraim shall not envy Judah, and Judah shall not vex Ephraim.

11ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।

12ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।

13ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।

14ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।

15ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.