ଯିଶାଇୟ 11

ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।

Isaiah 11:8 (UKJV) And the nursing infant shall play on the hole of the asp, and the weaned child shall put his hand on the cockatrice' den.

6ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।

7ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।

8ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।

9ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।

10ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.