ଯିଶାଇୟ 12

ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।”

Isaiah 12:1 (UKJV) And in that day you shall say, O LORD, I will praise you: though you were angry with me, yours anger is turned away, and you comforted me.

1ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।”

2ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”

3ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.