ଯିଶାଇୟ 12

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।

Isaiah 12:5 (UKJV) Sing unto the LORD; for he has done excellent things: this is known in all the earth.

3ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।

4ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।

5ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।

6ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.