ଯିଶାଇୟ 13

ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।

Isaiah 13:1 (UKJV) The burden of Babylon, which Isaiah the son of Amoz did see.

1ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।

2ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର-ଦ୍ୱାରରେ ପ୍ରବେଶ କରନ୍ତୁ।

3ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍‍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.