ଯିଶାଇୟ 13

ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।

Isaiah 13:12 (UKJV) I will make a man more precious than fine gold; even a man than the golden wedge of Ophir.

10କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।

11ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।

12ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।

13ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।

14ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.