14ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ।
15ଯେକୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେକୌଣସି ଲୋକକୁ ଧରାଯିବ, ସେ ଖଡ୍ଗରେ ପତିତ ହେବ।
16ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।
17ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।
18ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।