ଯିଶାଇୟ 13

ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।

Isaiah 13:17 (UKJV) Behold, I will stir up the Medes against them, which shall not regard silver; and as for gold, they shall not delight in it.

15ଯେକୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେକୌଣସି ଲୋକକୁ ଧରାଯିବ, ସେ ଖଡ୍ଗରେ ପତିତ ହେବ।

16ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।

17ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।

18ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।

19ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍‍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.