16ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।
17ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।
18ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।
19ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
20ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।