ଯିଶାଇୟ 13

ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍‍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।

Isaiah 13:19 (UKJV) And Babylon, the glory of kingdoms, the beauty of the Chaldees' excellency, shall be as when God overthrew Sodom and Gomorrah.

17ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।

18ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।

19ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍‍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।

20ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।

21ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.