ଯିଶାଇୟ 13

ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।

Isaiah 13:20 (UKJV) It shall never be inhabited, neither shall it be dwelt in from generation to generation: neither shall the Arabian pitch tent there; neither shall the shepherds make their fold there.

18ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।

19ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍‍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।

20ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।

21ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ।

22ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.