ଯିଶାଇୟ 13

ସେମାନେ, ଅର୍ଥାତ୍‍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତଭାଗରୁ ଆସୁଅଛନ୍ତି।

Isaiah 13:5 (UKJV) They come from a far country, from the end of heaven, even the LORD, and the weapons of his indignation, to destroy the whole land.

3ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍‍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।

4ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।

5ସେମାନେ, ଅର୍ଥାତ୍‍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତଭାଗରୁ ଆସୁଅଛନ୍ତି।

6ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।

7ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.