4ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।
5ସେମାନେ, ଅର୍ଥାତ୍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତଭାଗରୁ ଆସୁଅଛନ୍ତି।
6ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।
7ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;
8ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।