7ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;
8ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।
9ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।
10କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।
11ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।