ଯିଶାଇୟ 14

ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!

Isaiah 14:12 (UKJV) How are you fallen from heaven, O Lucifer, son of the morning! how are you cut down to the ground, which did weaken the nations!

10ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ‘ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?’

11ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।

12ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!

13ପୁଣି, ତୁମ୍ଭେ ମନେ ମନେ କହିଥିଲ, ‘ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;

14ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଊର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.