13ପୁଣି, ତୁମ୍ଭେ ମନେ ମନେ କହିଥିଲ, ‘ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
14ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଊର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା।’
15ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ।
16ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;
17ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?’