ଯିଶାଇୟ 14

ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?’

Isaiah 14:17 (UKJV) That made the world as a wilderness, and destroyed the cities thereof; that opened not the house of his prisoners?

15ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ।

16ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;

17ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?’

18ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।

19ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.