ଯିଶାଇୟ 14

ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।

Isaiah 14:18 (UKJV) All the kings of the nations, even all of them, lie in glory, every one in his own house.

16ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;

17ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?’

18ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।

19ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।

20ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତକାଳ ଉଲ୍ଲିଖିତ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.