ଯିଶାଇୟ 14

ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”

Isaiah 14:23 (UKJV) I will also make it a possession for the bittern, and pools of water: and I will sweep it with the besom of destruction, says the LORD of hosts.

21ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।”

22ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”

23ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”

24ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;

25ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.