ଯିଶାଇୟ 14

ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;

Isaiah 14:24 (UKJV) The LORD of hosts has sworn, saying, Surely as I have thought, so shall it come to pass; and as I have purposed, so shall it stand:

22ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”

23ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”

24ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;

25ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”

26ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.