24ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
25ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”
26ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।
27କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?
28ଯେଉଁ ବର୍ଷରେ ଆହସ୍ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।