ଯିଶାଇୟ 14

କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?

Isaiah 14:27 (UKJV) For the LORD of hosts has purposed, and who shall nullify it? and his hand is stretched out, and who shall turn it back?

25ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”

26ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।

27କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?

28ଯେଉଁ ବର୍ଷରେ ଆହସ୍‌ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।

29“ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.