ଯିଶାଇୟ 14

ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।

Isaiah 14:30 (UKJV) And the firstborn of the poor shall feed, and the needy shall lie down in safety: and I will kill your root with famine, and he shall slay your remnant.

28ଯେଉଁ ବର୍ଷରେ ଆହସ୍‌ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।

29“ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।

30ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।

31ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।”

32ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ? ଏହି ଯେ, “ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.