2ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।
3ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟକର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,
4ସେହି ଦିନ ତୁମ୍ଭେ ବାବିଲ ରାଜା ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, “ଉପଦ୍ରବକାରୀ କିପରି ଶେଷ ହୋଇଅଛି! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି!
5ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,
6ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି।