ଯିଶାଇୟ 14

ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।

Isaiah 14:7 (UKJV) The whole earth is at rest, and is quiet: they break forth into singing.

5ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,

6ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି।

7ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।

8ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ‘ତୁମ୍ଭେ ଭୂମିସାତ୍‍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ।’

9ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.