ଯିଶାଇୟ 14

ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ‘ତୁମ୍ଭେ ଭୂମିସାତ୍‍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ।’

Isaiah 14:8 (UKJV) Yea, the fir trees rejoice at you, and the cedars of Lebanon, saying, Since you are laid down, no tree chopper has come up against us.

6ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି।

7ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।

8ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ‘ତୁମ୍ଭେ ଭୂମିସାତ୍‍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ।’

9ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି।

10ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ‘ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.