4ହିଷ୍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।
5ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।
6କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍ବର୍ଣ୍ଣର କିଛି ହିଁ ନାହିଁ।
7ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।
8କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି।