7ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।
8କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି।
9କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।