ଯିଶାଇୟ 16

ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।

Isaiah 16:10 (UKJV) And gladness is taken away, and joy out of the plentiful field; and in the vineyards there shall be no singing, neither shall there be shouting: the treaders shall tread out no wine in their presses; I have made their vintage shouting to cease.

8ଯେହେତୁ ହିଷ୍‍ବୋନ ସହରର କ୍ଷେତ୍ରସବୁ ଓ ସିବ୍‍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇଅଛନ୍ତି; ସେହି ସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହି ସବୁ ସମୁଦ୍ର ପାର ହୋଇଗଲେ।

9ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍‍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍‍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।

10ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।

11ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।

12ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳାନ୍ତ କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.