9ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।
10ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।
11ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।
12ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳାନ୍ତ କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ।
13ବିଗତ ସମୟରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ।