ଯିଶାଇୟ 16

ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।

Isaiah 16:3 (UKJV) Take counsel, execute judgment; make your shadow as the night in the midst of the noonday; hide the outcasts; betray not him that wanders.

1ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ।

2କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।

3ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।

4ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟ ସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟକାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି।

5ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.