5ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।
6ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।
7ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।
8ଯେହେତୁ ହିଷ୍ବୋନ ସହରର କ୍ଷେତ୍ରସବୁ ଓ ସିବ୍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇଅଛନ୍ତି; ସେହି ସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହି ସବୁ ସମୁଦ୍ର ପାର ହୋଇଗଲେ।
9ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।